ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା, ଆଗାମୀ ୭ ଦିନ ରାଜ୍ୟରେ ଜାରି ରହିବ ବର୍ଷା !

ଭୁବନେଶ୍ୱର,୨୨/୦୫: ଓଡ଼ିଶାକୁ ଭିଜାଇବ ଲଘୁଚାପ ବର୍ଷା । ଆସନ୍ତା ୨୭ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ପ୍ରଭାବ ପାଇଁ ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୮ ଓ ୨୯ରେ ବିଜୁଳି ଓ ଘଡ଼ଘଡ଼ି ସହ ୪୦ରୁ ୫୦ କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *