ଆସନ୍ତା ୨୭ରେ ଆସୁଛି ଲଘୁଚାପ, କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୩/୦୫: ଆସନ୍ତା ୨୭ରେ ଆସୁଛି ଲଘୁଚାପ । ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୭ ଓ ୨୮ ଦୁଇଦିନ ରାଜ୍ୟରେ ଅଧିକ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ, ସଅଳ ମୌସୁମୀ ପାଇଁ ଏହି ଲଘୁଚାପ ସହାୟକ ହେବ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ । ଏପରିକି ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ଗତକାଲିଠୁ ପ୍ରାକ-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୭ ଦିନ ଯାଏ ରାଜ୍ୟରେ ଲାଗିରହିବ ବର୍ଷା । ଆଜି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *