ଭୁବନେଶ୍ୱର, ୨୫/୦୫: ଦିଲ୍ଲୀ-ଏନ୍ସିଆର୍ରେ ବଦଳିଲା ପାଗ। ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା କାରଣରୁ ଟ୍ରାଫିକ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବା ବେଳେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି । ଏହାସହ ଇନ୍ଦିରାଗାନ୍ଧୀ ଏୟାରପୋର୍ଟରେ ୧ନଂ ଟର୍ମିନାଲରେ ପାଣି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଲଗାଣ ବର୍ଷା କାରଣରୁ ମୋଟ ୨୫ଟି ବିମାନର ଗତିପଥକୁ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି ।