ରାଜ୍ୟରେ ୩୧ ତାରିଖ ଯାଏ ପ୍ରବଳ ବର୍ଷ ସମ୍ଭାବନା !

ଭୁବନେଶ୍ୱର,୨୮/୦୫: ଆସନ୍ତାକାଲି ସୁଦ୍ଧା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ମେଘୁଆ ପାଗ ଜାରି ରହିବା ସହ ଅଳ୍ପବହୁତ ବର୍ଷା ହୋଇଛି । ଲଘୁଚାପ କ୍ଷେତ୍ର ଧୀରେଧୀ‌ରେ ଉତ୍ତର ଦିଗକୁ ଗତି କରିବ ଓ ଆସନ୍ତା ୨୪ଘଣ୍ଟାରେ ଅଧିକ ସ୍ପଷ୍ଟ ରୂପ ନେବ। ଫଳରେ ୩୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା , ବିଜୁଳି ଘଡ଼ଘଡ଼ି ସହ ବର୍ଷା, ଝଡ଼ତୋଫାନ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାକୁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

Leave a Reply

Your email address will not be published. Required fields are marked *