ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୧୦/୦୬: ରାଜ୍ୟରେ ଆଜିଠୁ ବଢିପାରେ ବର୍ଷାର ପରିମାଣ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କନ୍ଧମାଳ, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ୧୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଅନେକ ସ୍ଥାନରେ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

Leave a Reply

Your email address will not be published. Required fields are marked *