ଭୁବନେଶ୍ୱର,୨୩/୦୬: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି କରାଯାଇଛି। ସେହିପରି ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ସହ ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ତୋଫାନ ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ବଢିବ । ପୁରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ପାଇଁ ଚେତାବନୀ ଜାରି ହୋଇଥିବା ବେଳେ ୩ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଛି ।