ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କଲା ପାଣିପାଗ ବିଭାଗ!

ଭୁବନେଶ୍ୱର,୨୫/୦୬: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖ ଯାଏଁ ଲାଗି ରହିବ ବର୍ଷା । ୨୭ରେ ରଥଯାତ୍ରା ଥିବାବେଳେ ୨୮ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଜି ୩ ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା ବିଭାଗ ପୂର୍ବାନୁମାନ କରିଛି ।କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।