ଭୁବନେଶ୍ୱର,୧୬/୦୭: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଏହି ୬ ଜିଲ୍ଲାକୁ ଆଜି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଯାଜପୁର, ନୂଆପଡା, ବଲାଙ୍ଗିର, ସୋନପୁର, ଢେଙ୍କାନାଳ, ଅନୁଗୁଳ ଓ ଦେଓଗଡ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅବପାତ ଦୁର୍ବଳ ହୋଇ ଏବେ ଝାଡଖଣ୍ଡ ଓ ବିହାର ଉପରେ ଅବସ୍ଥିତ ଅଛି । ଏହାର ପ୍ରଭାବରେ ବିଶେଷ କରି ପଶ୍ଚିମ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା କାନ୍ଥ, ୨ ମୃତ । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକରେ ୨ଟି ପୃଥକ୍ ପୃଥକ୍ ସ୍ଥାନରେ କାନ୍ଥ ଭୁଶୁଡ଼ିଛି । ୨ ଜଣଙ୍କର ଜୀବନ ଯାଇଛି ।