ଭୁବନେଶ୍ୱର,୨୪/୦୮: ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତାକାଲି ଆଉ ଏକ ଲଘୁଚାପ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ବର୍ଷାର ସମ୍ଭାବନା ରହିଛି । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୪ ଜିଲ୍ଲା ସମେତ ମୋଟ୍ ୨୦ ଜିଲ୍ଲାରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ। ଆସନ୍ତାକାଲି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ପୁଣି ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆଶଙ୍କା । ରାଜଘାଟରେ ବିପଦ ସଙ୍କେତ ନିକଟରେ ବନ୍ୟାଜଳ।