ଭୁବନେଶ୍ୱର,୦୩/୦୪: ଗରମ ଓ ଗୁଳୁଗୁଳିରେ ଘାଣ୍ଟି ହେଉଛି ଅଧା ଉପକୂଳ ବିଶେଷ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଆର୍ଦ୍ରତା ୭୦ରୁ ୮୦% ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହୋଇଛି। ତେବେ ବଙ୍ଗୋପସାଗରରୁ ସାମୁଦ୍ରିକ ଜଳୀୟବାଷ୍ପପୂର୍ଣ୍ଣ ବାୟୁର ପ୍ରବାହ ଓ କାଳବୈଶାଖୀ ଯୋଗୁଁ ହୋଇଥିବା ବର୍ଷା କାରଣରୁ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିଛି। ଅନ୍ୟପଟେ ଉପକୂଳରେ ଏବେ ତାପମାତ୍ରା ସ୍ବାଭାବିକଠାରୁ ୧ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହୁଛି। ଫଳରେ ଗରମ ପବନ ବାୟୁମଣ୍ଡଳର ଆର୍ଦ୍ରତାକୁ ଧରିରଖୁଛି ଏବଂ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଏଣୁ ଏହି ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ।