ଭୁବନେଶ୍ୱର,୦୪/୦୪: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଆଜି କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି । ଏହା ସହ ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ । ଆସନ୍ତାକାଲି କାଳବୈଶାଖୀ ଧୀରେ ଧୀରେ ବଢିବ । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ମଧ୍ୟ ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ । ୬ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପବନର ବେଗ ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିପାରେ।