କୁଆ ପଥର ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ରାଜ୍ୟର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୦୭/୦୪: ରାଜ୍ୟରେ ଏବେ ପାଣିପାଗ କେତେବେଳେ କେମିତି । ଦିନ ବେଳେ ପ୍ରବଳ ଖରା ଆଉ ଅପରାହ୍ଣ ହେଲେ ନିର୍ଧୁମ ଛେଚୁଛି ବର୍ଷା । ରାଜ୍ୟରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ବିଶେଷକରି କୁଆ ପଥର ବର୍ଷା ସାଙ୍ଗକୁ ବଜ୍ରପାତ ଦେଖିବାକୁ ମିଳିଛି । ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ିସହ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କିଛି ସ୍ଥାନରେ କୁଆପଥର ବର୍ଷା ନେଇ ଆଲର୍ଟ କରାଯାଇଛି । ଏହାସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।