ଭୁବନେଶ୍ୱର,୨୨/୦୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି । ୪୮ ଘଣ୍ଟା ମଧ୍ୟରେ ସାରା ଓଡିଶା ଛୁଇଁବ ମୌସୁମୀ । ଏହାସହ ରାଜ୍ୟରେ ଟ୍ରପ ଲାଇନ ସକ୍ରିୟ ରହିଛି । ଆହୁରି ୫ ଦିନ ଯାଏ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ଭୁବନେଶ୍ୱର ଓ କଟକରେ ଝିପି ଝିପି ବର୍ଷା ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାର ବର୍ଷା ସମ୍ଭାବନା ରହିଛି ।କୋରାପୁଟ, ରାୟଗଡା, କନ୍ଧମାଳ, ବରଗଡ଼ ଜଗତସିଂହପୁର, କେନ୍ଦ୍ରାପଡା ଭଦ୍ରକ ଓ ବାଲେଶ୍ୱର ଏହି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୪୦ ରୁ ୫୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଆସନ୍ତା ୨ ଦିନ ବର୍ଷା ପ୍ରଭାବରେ ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ ।