ଦେବସ୍ନାନ ପୂର୍ଣ୍ଣିମାରେ ଭିଜିବ ଓଡ଼ିଶା, ଆସନ୍ତା ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୭/୦୬: ଦେବସ୍ନାନ ପୂର୍ଣ୍ଣିମାରେ ଭିଜିବ ଓଡ଼ିଶା । ଆଜିଠୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ଦେବସ୍ନାନ ପୂର୍ଣ୍ଣିମାରେ ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୩୦ ତାରିଖ ଓ ଜୁଲାଇ ୧ ତାରିଖରେ ବି ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *