ଆଜି ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧/୦୭: ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖାଦେଇଛି । ଟ୍ବିନ୍ ସିଟି ଭୁବନେଶ୍ୱର-କଟକରେ ଗତ କିଛି ଦିନ ଧରି ଝିପିଝିପି ବର୍ଷା ଲାଗି ରହିଛି । ଆକାଶ ମେଘାଚ୍ଛନ୍ନ ଥିବାରୁ ଶୀତଳ ପରିବେଶ ସୃଷ୍ଟି ହୋଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ସାରା ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ସମ୍ଭାବନା ରହିଛି । ଆଜି ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଆହ୍ୱାନ କରାଯାଇଛି ।

Leave a Reply

Your email address will not be published. Required fields are marked *