ଭୁବନେଶ୍ୱର,୧୮/୦୭: ରାଜ୍ୟରେ ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା। ବର୍ଷା ପ୍ରଭାବରେ ଅସ୍ତବ୍ୟସ୍ତ ଜନ ଜୀବନ । କାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଟୁଇନ୍ ସିଟି ସମେତ ପୁରୀରେ ସାରା ରାତି ବର୍ଷା ପ୍ରଭାବରେ ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି ଉପୁଜିଛି। ଗତ ୨୪ ଘମ୍ଟାରେ ପୁରୀରେ ୭୨ମିଲିମିଟର ବର୍ଷା ରେକର୍ଡ ହୋଇଛି । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶା ସମେତ ସଂଲଗ୍ନ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇଯିବ । ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।