ରାଜ୍ୟରେ ଆଜି ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୦୭/୦୮: ସାରା ରାଜ୍ୟରେ ଘୂର୍ଣ୍ଣିବଳୟ ପ୍ରଭାବରେ  ବର୍ଷା ଲାଗିରହିଛି । ଗତକାଲିଠୁ କଟକ-ଭୁବନେଶ୍ୱର ଟୁଇନ ସିଟିରେ ତୁହାକୁ ତୁହା ବର୍ଷା ହେଉଛି। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ସେହିପରି ବାକି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା କାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ମୌସୁମୀ ପ୍ରଭାବ ଥିବାରୁ ଆଗାମୀ ୨୪ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *