ଖୁବଶୀଘ୍ର ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା !

ଭୁବନେଶ୍ୱର,୧୮/୦୮: ଖୁବଶୀଘ୍ର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୨ ଓ ୨୩ ଅଗଷ୍ଟ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ମଧ୍ୟମରୁ ପ୍ରବଳ ବର୍ଷା ସତର୍କତା ଦିଆଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ସୋନପୁର, ଦେବଗଡ଼, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲ୍ଲାରେ ବର୍ଷା ହେବ । ଏଥିସହ ବର୍ତ୍ତମାନର ଅବପାତ ଆଗାମୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଝାଡ଼ଖଣ୍ଡ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *