ଆଜି ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ, ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର,୧୧/୦୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ, ଆଜି ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ପ୍ରବଳ ଗରମ ଓ ଗୁଳୁଗୁଳି ପରେ ରାଜ୍ୟରେ ପାଣିପାଗ ବଦଳିବାକୁ ଯାଉଛି । ଏହି ଲଘୁଚାପ କ୍ଷେତ୍ର ଧୀରେ ଧୀରେ ପଶ୍ଚିମରୁ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଦେଇ ଛତିଶଗଡ଼ ଏବଂ ମଧ୍ୟ ଭାରତ ଆଡ଼କୁ ଯାଇପାରେ । ପ୍ରଥମେ ଉତ୍ତର ଓ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ବଢ଼ିବ । ପରେ ଲଘୁଚାପ ନିକଟତର ହେବା ସହ ଉପକୂଳ ଏବଂ ମଧ୍ୟ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ । ଏହାପରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାକୁ ବି ପ୍ରଭାବିତ କରିପାରେ । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ। କିନ୍ତୁ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।

Leave a Reply

Your email address will not be published. Required fields are marked *