ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି

ଭୁବନେଶ୍ୱର, ୧୧/୦୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି । ଆଜି ସକାଳ ୮ଟା ୩୦ ଯାଏଁ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ସକାଳ ୮ଟା ୩୦ରୁ ଆସନ୍ତାକାଲି ସକାଳ ଯାଏଁ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡ଼ା, ବଲାଙ୍ଗୀର କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *