ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୪/୦୯: ଗଭୀର ଅବପାତ ପ୍ରଭାବରେ ଲାଗିରହିଛି ବର୍ଷା। ୨୬ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ବିଶେଷ ଭାବରେ ଦକ୍ଷିଣ ଓ ପଶ୍ଚିମରେ ପ୍ରବଳ ବର୍ଷା ଜାରି ରହିବ। ଆଜି ଅତି ଭୀଷଣ ବର୍ଷା ନେଇ ନବରଙ୍ଗପୁରକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ବି ୧୧ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି। ସେହିପରି ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *