ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ଜାରି, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୫/୦୯: ଗଭୀର ଅବପାତ ପ୍ରଭାବରେ ବେହାଲ ଦକ୍ଷିଣ ଓଡ଼ିଶା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆହୁରି ଦିନଟିଏ ପ୍ରବଳ ବର୍ଷାର ପ୍ରକୋପ ରହିବ । ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆଜି ପାଇଁ କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିକୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ଗଭୀର ଅବପାତ ଏବେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଏହା ରାୟଗଡ଼ାଠାରୁ ୮୦ କିଲୋମିଟର, କଳିଙ୍ଗପଟନମଠାରୁ ୭୦ କିଲୋମିଟର ଓ ଜଗଦଲପୁରଠାରୁ ୮୦ କିଲୋମିଟର ଦୂରରେ ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଗତି କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଓଡ଼ିଶାରେ ପ୍ରବେଶ ସମୟରେ ଏହା ଗଭୀର ଅବପାତ ଭାବେ ରହିବ । ପରବର୍ତ୍ତୀ ସମୟରେ ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *