ରାଜ୍ୟସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ନେତା ଦେଉଛନ୍ତି ଭୋଟ

ଭୁବନେଶ୍ୱର,୧୬/୦୩: ରାଜ୍ୟସଭା ନିର୍ବାଚନ ପାଇଁ ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟିଂ ଆରମ୍ଭ ହୋଇଛି । ଜଣଙ୍କ ପରେ ଜଣେ ବିଧାୟକ ଭୋଟ ଦେବା ପାଇଁ ପହଂଚୁଥିବା ଦେଖିବାକୁ ମିଳିଛି । ଏହି ମତଦାନ ପ୍ରକ୍ରିୟା ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଉଛି । ମତଦାନ ସରିବା ପରେ ଅପରାହ୍ନ ୫ ଟାରେ ଗଣତି ହେବ । ସେପଟେ ପ୍ରଥମେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭୋଟ ଦେଇଛନ୍ତି । ପାରାଦୀପରେ ଥିବା ବିଜେପି ବିଧାୟକମାନେ ବିଧାନସଭାରେ ପହଂଚି ଭୋଟଦାନ ପ୍ରକୋଷ୍ଠକୁ ଯାଇଛନ୍ତି । ଅନ୍ୟପଟେ ବିଜେଡି ବିଧାୟକମାନେ ନବୀନ ନିବାସରେ ପହଂଚୁଛନ୍ତି । ସେମାନେ ନବୀନ ନିବାସରୁ ବାହାରି ବିଧାନସଭା ଭୋଟ ଦେବାକୁ ଆସିବେ ।

Leave a Reply

Your email address will not be published. Required fields are marked *