ନୂଆଦିଲ୍ଲୀ,୧୦/୦୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ସିପି ରାଧାକ୍ରିଷ୍ଣନ ତାଙ୍କ ପ୍ରକୋଷ୍ଠରେ ନୀତୀଶଙ୍କୁ ଶପଥ ପାଠ କରାଇଥିଲେ। ନୀତୀଶ ହିନ୍ଦୀରେ ଶପଥ ଗ୍ରହଣ କରିଥିଲେ। ତାଙ୍କ ନିକଟରେ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଉପସ୍ଥିତ ଥିଲେ। ନୀତୀଶ କୁମାର ରାଜ୍ୟସଭାରେ ଦାୟିତ୍ୱ ଗ୍ରହଣ କରିବା ସହିତ ବିହାର ମୁଖ୍ୟମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଏନ୍ଡିଏ ଆସନ୍ତା ୧୪ ତାରିଖ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିପାରେ।