ଛେରାପହଁରା କଲେ ଗଜପତି ମହାରାଜ, ବଡ଼ଦାଣ୍ଡରେ ଶୁଭିଲା ହରିବୋଲ

ଭୁବନେଶ୍ୱର,୨୭/୦୬:ରଥରେ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି । ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ ।

ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ। ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।
ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ। ପରେ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କରିଥିଲେ ସେ।