ଭୁବନେଶ୍ୱର, ୧୭/୧୧: ଆଉ ଅଳ୍ପ ଦିନ କେଇଟା ଗଲେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା । ଏଥିରେ ଯୋଗ ଦେବା ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପତିଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢ଼ୀ । ସେ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ପୁରୀରେ ରଥଯାତ୍ରାରେ ଯୋଗଦେବାକୁ ନିମନ୍ତ୍ରଣ କରିଥିଲେ ।ଏହି ଅବସରରେ ପାଢ଼ୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁଗମ ଏବଂ ନିରାପଦ ପରିଚାଳନା ପାଇଁ ଚାଲିଥିବା ପ୍ରସ୍ତୁତି ବିଷୟରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଦେଶ ଏବଂ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ଏବଂ ଶ୍ରଦ୍ଧାଳୁ ଆସିବେ। ଆଉ ଏହାକୁ ଦୃଷ୍ଟିରୁ ରଖି ଯଥାଯଥ ପରିଚାଳନା କରିବା ପାଇଁ ଗ୍ରହଣ କରାଯାଉଥିବା ବ୍ୟାପକ ବ୍ୟବସ୍ଥା ଉପରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ । ଏ ଦିଗରେ ଶ୍ରୀ ମନ୍ଦିର ପ୍ରଶାସନର ପ୍ରୟାସକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି ଏବଂ ରଥଯାତ୍ରାର ସଫଳ ଆୟୋଜନ ଏବଂ ଶାନ୍ତିପୂର୍ଣ୍ଣ ପାଳନ ପାଇଁ ଶୁଭକାମନା ଜଣାଇଛନ୍ତି ।