ନୂଆଦିଲ୍ଲୀ,୦୩/୦୬: ୧୮ବର୍ଷ ଅପେକ୍ଷାର ଅନ୍ତ ଘଟିଛି । ଶେଷରେ ଆଇପିଏଲ ଟ୍ରଫି ହାତେଇଛି ଆର୍ସିବି । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୫ ଚାମ୍ପିୟନ ହୋଇଛି । ପ୍ରଥମେ ଟସ୍ ଜିତି ବେଙ୍ଗାଲୁରୁକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା ପଞ୍ଜାବ । ବେଙ୍ଗାଲୁରୁ ପ୍ରଥମେ ବ୍ୟାଟିଂ କରି ପଞ୍ଜାବକୁ ୧୯୧ ଟାର୍ଗେଟ୍ ଦେଇଥିଲା । ଏହି ବିଜୟ ଲକ୍ଷ୍ୟ ହାସଲ କରିବାରେ ଫେଲ୍ ମାରିଛି ପଞ୍ଜାବ ଦଳ । ଶେଷରେ ବିରାଟ କୋହଲିଙ୍କ ସ୍ୱପ୍ନ ପୂରଣ ହୋଇଛି । ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ବେଙ୍ଗାଲୁରୁ ଦଳର ଓପନିଂ ଯୋଡ଼ି ଦଳ ପାଇଁ ୧୮ ରନ୍ କରିଥିଲେ ।