ଭୁବନେଶ୍ୱର,୨୮/୧୦: IAS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । ପୋମା ଟୁଡୁ ହେଲେ କୃଷି ବିଭାଗ ନିର୍ଦ୍ଦେଶକ, କାଜୁ ଉନ୍ନୟନ ନିଗମ ଏମଡି ଭାବେ ମଧ୍ୟ ପୋମା ଟୁଡୁଙ୍କୁ ଅତିରିକ୍ତ ଦାୟିତ୍ବ ମିଳିଛି । ସେହିପରି ଗାଭାଲି ପରାଗ ହର୍ଷଦଙ୍କୁ NHM ଏମଡି ଦାୟିତ୍ବ, ବିଜୟ ଅମୃତ କୁଲାଙ୍ଗେଙ୍କୁ ଦକ୍ଷିଣାଞ୍ଚଳ ରେଞ୍ଜ୍ RDC ଦାୟିତ୍ବ, ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ଉଦ୍ୟାନ କୃଷି ନିର୍ଦ୍ଦେଶକ ଭାବେ ଅତିରକ୍ତ ଦାୟିତ୍ବ ମିଳିଛି । ଓମଫେଡ୍ ଏମଡି ଭାବେ ପ୍ରଣତି ଛୋଟରାୟ, ଶୁବ୍ର କୁମାର ପଣ୍ଡା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନ ଏମ୍ ଡି ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏହାସହ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ । ପୂର୍ବରୁ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଦାୟିତ୍ୱରେ ଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଥିବା ଶୁଭମ ସକ୍ସେନାଙ୍କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ବା ବିଡିଏର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଡକ୍ଟର ଗାଭାଲି ପରାଗ ହର୍ଷଦଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ ବା NHM ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି ।