ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୦/୦୫: ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହା ମଧ୍ୟ କହିଛନ୍ତି ଆଉ ବିଳମ୍ବ ହେବନି ତେଣୁ ପିଲାମାନେ ଆଉ ବ୍ୟସ୍ତ ହୁଅ ନାହିଁ । ଯେହେତୁ ଆଜି +୩ ଆବେଦନର ଶେଷ ତାରିଖ ଥିଲା ତେଣୁ ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିବୁ ବୋଲି ସେ କହିଛନ୍ତି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ଆଉ ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ମଧ୍ୟ ଦେଇଥିବା ସୂଚନା ରହିଛି ।