ମେ ୨୬ରେ ସାବିତ୍ରୀ ବ୍ରତ ଛୁଟି, ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩/୦୫: ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି ଦିନ । ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି ।

Leave a Reply

Your email address will not be published. Required fields are marked *