ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର

ନୂଆଦିଲ୍ଲୀ, ୨୯/୦୩: ସଂସଦର ଆଇଟି ଓ କମ୍ୟୁନିକେସନ ଷ୍ଟାଣ୍ଡି କମିଟିରୁ ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ମନ୍ତବ୍ୟକୁ ବିରୋଧ କରି ସେ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସସ୍ମିତ ପାତ୍ର ନିଜ ଇସ୍ତଫା ପତ୍ର ପଠାଇଛନ୍ତି ।ରାଜ୍ୟସଭା ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ନେଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଛନ୍ତି । ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ବିଜୁ ବାବୁଙ୍କ ନେଇ ଅପମାନଜନକ ମନ୍ତବ୍ୟ ଦେଇଥିଲେ । ଏହାର ପ୍ରତିବାଦରେ ଷ୍ଟାଣ୍ଡିଂ କମିଟିରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି।