ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ, ଦୁଇ ଶହରୁ ଅଧିକ ସଙ୍ଗୀତରେ କରିଛନ୍ତି କଣ୍ଠଦାନ

ଭୁବନେଶ୍ୱର,୨୧/୦୮: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ବାସଭବନରେ ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ଦୁଇ ଶହରୁ ଅଧିକ ସଙ୍ଗୀତରେ ସେ କଣ୍ଠଦାନ କରିଛନ୍ତି ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ‘ମାଝିରେ ଠୁ’ଠାରୁ ‘ନିଝୁମ ରାତି’ ଭଳି ଅନେକ ଲୋକପ୍ରିୟ ଗୀତ ଗାଇଥିଲେ । ଦୀର୍ଘ ଦିନ ଧରି ଓଡ଼ିଆ ସଙ୍ଗୀତପ୍ରେମୀଙ୍କୁ ନିଜ ସୁରିଲା କଣ୍ଠରେ ମନୋରଞ୍ଜନ କରିଆସିଥିବା ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ଗୀତ ଓ ସଙ୍ଗୀତ ପ୍ରତି ଅବଦାନ ସବୁବେଳେ ଶ୍ରୋତାଙ୍କ ମନରେ ସ୍ମରଣୀୟ ହୋଇ ରହିବ ।

Leave a Reply

Your email address will not be published. Required fields are marked *