ଆସନ୍ତାକାଲି ଠାରୁ ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ସୁରେଶ ପୂଜାରୀ

ଭୁବନେଶ୍ବର,୨୯/୧୦: ବାତ୍ୟା କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ବାତ୍ୟା ପରେ ସମୀକ୍ଷା କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଖୁବ ଶୀଘ୍ର କ୍ଷୟକ୍ଷତିର ଆକଳନ ହେବ। ଆସନ୍ତାକାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି| କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ । ୭୨ ଘଣ୍ଟା ରେ ଦେବେ ରିପୋର୍ଟ । ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ । ବହୁ ଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥିନ ଦିଆଯାଇଛି । ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତିପୂରଣ ଦିଆଯିବ । ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ । ଅନଲାଇନରେ ତୁରନ୍ତ ଦିଆଯିବ କ୍ଷତିପୂରଣ ।ସୁରେଶ ପୂଜାରୀ ଆହୁରି କହିଛନ୍ତି, ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ ।