ନୂଆଦିଲ୍ଲୀ,୦୩/୦୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୧୧ ଜାନୁଆରୀରୁ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି-୨୦ ମ୍ୟାଚ୍ ଖେଳିବ । ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ପୂର୍ବରୁ ଘୋଷଣା କରାଯାଇସାରିଛି । ସେହିପରି ଦିନିକିଆ ସିରିଜ୍ ପାଇଁ ଜାନୁଆରୀ ୩ ଦିନ ଟିମ୍ ଇଣ୍ଡିଆ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଶୁଭମନ ଗିଲ୍ (ଅଧିନାୟକ), ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ୍. ରାହୁଲ (ୱିକେଟ୍ କିପର), ଶ୍ରେୟସ ଆୟର (ଉପ-ଅଧିନାୟକ), ୱାଶିଂଟନ୍ ସୁନ୍ଦର, ରବୀନ୍ଦ୍ର ଜାଡେଜା, ମହମ୍ମଦ ସିରାଜ, ହର୍ଷିତ ରାଣା, ପ୍ରସିଦ୍ଧ କୃଷ୍ଣା, କୁଲଦୀପ ଯାଦବ, ଋଷଭ ପନ୍ତ (ୱିକେଟ୍ କିପର), ନୀତୀଶ କୁମାର ରେଡ୍ଡୀ, ଅର୍ଶଦୀପ ସିଂ ଏବଂ ଯଶସ୍ୱୀ ଜୈସୱାଲ।