ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ ଅଛନ୍ତି କିଏ କିଏ ?

ନୂଆଦିଲ୍ଲୀ,୨୦/୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ୱ ନେବେ, ଅନ୍ୟପଟେ ଖରାପ ଫର୍ମ ଦେଇ ଗତି କରୁଥିବା ଶୁଭମନ ଗିଲ୍‌ଙ୍କୁ ଦଳରେ ସ୍ଥାନ ମିଳିନାହିଁ । ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁଖ୍ୟାଳୟରେ ଚୟନକର୍ତ୍ତାଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ପରେ ବିସିସିଆଇ ସମ୍ପାଦକ ଦେବଜିତ ସାଇକିଆ ଏକ ସାମ୍ବାଦିକ ସମ୍ମିଳନୀରେ ଦଳ ଘୋଷଣା କରିଛନ୍ତି । ଏଥର ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବେ । ଏହି ଟୁର୍ଣ୍ଣାମେଣ୍ଟ ଫେବୃଆରି ୭ରୁ ଆରମ୍ଭ ହେବ ଏବଂ ଫାଇନାଲ ମ୍ୟାଚ୍ ୨୦ ମାର୍ଚ୍ଚରେ ଅନୁଷ୍ଠିତ ହେବ ।

ଟି-୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ:
ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଅକ୍ଷର ପଟେଲ (ଉପ-ଅଧିନାୟକ), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଜିତେଶ ଶର୍ମା (ୱିକେଟକିପର), ସଞ୍ଜୁ ସାମସନ (ୱିକେଟକିପର), କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଜସପ୍ରୀତ ବୁମ୍ରା, ଅର୍ଶଦୀପ ସିଂ, ରିଙ୍କୁ ସିଂ, ହର୍ଷିତ ରାଣା ଏବଂ ଇଶାନ କିସାନ ।