ନୂଆଦିଲ୍ଲୀ,୦୪/୧୧: ଛତିଶଗଡ଼ରୁ ଆସୁଛି ବଡ଼ ଖବର । ବିଳାସପୁରରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ । ୨ଟି ଟ୍ରେନର ଭୟଙ୍କର ଧକ୍କା ପରେ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳୁଛି । ତେବେ ଦୁର୍ଘଟଣାରେ ୧୨ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି । କିନ୍ତୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି ।