ଅଦାଲତ ଅବମାନନା ଅଭିଯୋଗରେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୪/୦୧: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇନଥିବା ପ୍ରସଙ୍ଗରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ।  ଅଦାଲତ ଅବମାନନା ଅଭିଯୋଗରେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ । ସଚିବ ଉଷା ପାଢ଼ୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ ସୁଶାନ୍ତ ମିଶ୍ର, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ ସିନ୍ଦେ ଓ ଆଠଗଡ଼ ସ୍ବତନ୍ତ୍ର ପ୍ଲାନିଂ ଅଥରିଟିର କର୍ତ୍ତୃପକ୍ଷଙ୍କୁ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।  ସେମାନଙ୍କୁ ପରବର୍ତ୍ତୀ ଶୁଣାଣି ସମୟରେ ହାଜର କରିବା ପାଇଁ କଟକ- ଭୁବନେଶ୍ୱରର ଅଥରିଟିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।