ରାଜ୍ୟରେ ଆଗାମୀ ସପ୍ତାହକ ପାଇଁ ବର୍ଷା ନେଇ କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ ଜାଣନ୍ତୁ?

ଭୁବନେଶ୍ୱର,୨୭/୦୬: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ନୟାଗଡ଼, ପୁରୀ, ଗଜପତି ଓ ଗଞ୍ଜାମ ।

ଜୁନ୍ ୨୯ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଜୁନ୍ ୩୦ ତାରିଖ ପାଇଁ ଅନେକ ଜିଲ୍ଲାକୁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଜୁଲାଇ ୧ ତାରିଖରେ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, ନବରଙ୍ଗପୁର. ବଲାଙ୍ଗୀର, ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା, ପୁରୀ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଜୁଲାଇ ୨ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଜୁଲାଇ ୩ ଓ ୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।