ଭୁବନେଶ୍ୱର,୧୯/୦୭: ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏଥିଲାଗି ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପଶ୍ଚିମ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ ରହିଛି । ଆଜି ପାଇଁ ୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା କାଲି ମଧ୍ୟ ଭିଜିବ ଅଧା ଓଡ଼ିଶା ।ଝଡ଼ବର୍ଷା ନେଇ କାଲି ପାଇଁ ୧୫ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ସମ୍ଭାବନା ରହିଛି ।