ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୩/୦୬: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ପୁରୀରେ ଅନୁଷ୍ଠିତ ହେବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ରଥଯାତ୍ରାର ସୁପରିଚାଳନା ପାଇଁ ନୀତି, ଶୃଙ୍ଖଳା ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା କରାଯିବ । ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଚୂଡ଼ାନ୍ତ ପର୍ଯ୍ୟାୟକୁ ନିଆଯାଇଛି । ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ଉଚ୍ଚସ୍ତରୀୟ ବୈଠକରେ ଶ୍ରୀମନ୍ଦିର ପ୍ରଶାସନ, ପୁଲିସ, ଜିଲ୍ଲା ପ୍ରଶାସନ, ସ୍ୱାସ୍ଥ୍ୟ, ଅଗ୍ନିଶମ, ବିଦ୍ୟୁତ, ପରିବହନ ଓ ଅନ୍ୟାନ୍ୟ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।ବୈଠକରେ ମହାପ୍ରଭୁଙ୍କ ନୀତି ଶୃଙ୍ଖଳାକୁ ସମୟାନୁସାରେ ସମ୍ପନ୍ନ କରିବା, ଲକ୍ଷାଧିକ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ୍ ପରିଚାଳନା, ସୁରକ୍ଷା ବ୍ୟବସ୍ଥା, ପରିମଳ, ପାନୀୟ ଜଳ ଓ ଜରୁରୀକାଳୀନ ସେବାକୁ ଅଧିକ ସୁଦୃଢ଼ କରିବା ଉପରେ ଆଲୋଚନା ହେବ ।

Leave a Reply

Your email address will not be published. Required fields are marked *