ଭୁବନେଶ୍ୱର,୦୪/୦୬: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୫ ଜଣ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସେଥିମଧ୍ୟରୁ ଆଇସିୟୁ ସର୍ଜରୀରେ ଥିବା ୩ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ୱାର୍ଡରେ ଥିବା ୨ ରୋଗୀଙ୍କ ମୃତ୍ୟୁ ହୋଇଛି । ନର୍ସଙ୍କ ଭୁଲ ଇଞ୍ଜେକସନ ଯୋଗୁଁ ଆଇସିୟୁ ସର୍ଜରୀରେ ଥିବା ୩ ରୋଗୀଙ୍କ ଜୀବନ ଯାଇଥିବା ଅଭିଯୋଗ ଆଣିଛନ୍ତି ରୋଗୀଙ୍କ ସମ୍ପର୍କୀୟ । ସେହିପରି ୱାର୍ଡରେ ଥିବା ୨ ରୋଗୀଙ୍କ ମୃତ୍ୟୁ ହୋଇଛି । ୱାର୍ଡରେ ଥିବା ଦୁଇ ମହିଳା କେଉଁ କାରଣରୁ ମରିଛନ୍ତି ଜଣାପଡିନାହିଁ । ଆଇସିୟୁ ସର୍ଜରୀରେ ମୃତ୍ୟୁବରଣ କରିଥିବା ୩ ରୋଗୀଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ରଖାଯାଇଛି । ଆଜି ବ୍ୟବଚ୍ଛଦ ହେଲେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ କହିଛି । ଅନ୍ୟପଟେ ମେଡିକାଲ କଲେଜରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ ଅଧିକ ପୁଲିସ ମୁତୟନ କରାଯାଇଛି ।